ଭୁବନେଶ୍ୱର,୮।୨: ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ବର୍ତ୍ତମାନ ଗୁରୁତର ହୋଇ ଭେଣ୍ଟିଲେଟରରେ ଅଛନ୍ତି। ତେବେ ତାଙ୍କୁ ଏୟାର ଲିଫ୍ଟ କରାଯିବ। ଅଧିକ ଚିକିତ୍ସା ପାଇଁ ସେ ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ବରରୁ ଦିଲ୍ଲୀ ଯିବେ।ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତର ହେବେ ଉତ୍ତମ ମହାନ୍ତି। ଅବସ୍ଥା ଗୁରୁତର ଥିବାରୁ ସ୍ଥାନାନ୍ତର ହେବେ କହିଲେ ପୁଅ ବାବୁସାନ।ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯିବା ନେଇ କହିଲେ ବାବୁସାନ। ବର୍ତ୍ତମାନ ସେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ୱିଟାଲରେ ଭର୍ତ୍ତି ହୋଇଛନ୍ତି ।ଅଭିନେତା ଉତ୍ତମ ମହାନ୍ତି ଲିଭର ସିରୋସିସ ରୋଗରେ ପୀଡିତ ଥିବା ନେଇ ସୂଚନା ମିଳିଛି । ସେ ବର୍ତ୍ତମାନ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଆଇୟିୟୁରେ ଚିକିତ୍ସାଧୀନ ଅଛନ୍ତି । ଅଧିକ ଚିକିତ୍ସା ଲାଗି ତାଙ୍କୁ ଏୟାରଲିଫ୍ଟ କରାଯିବ । କିମ୍ସ କ୍ୟାନସର ହସ୍ପିଟାଲ ନିର୍ଦ୍ଦେଶକ ପ୍ରଫେସର ଡାକ୍ତର ମନୋଜ ସାହୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଛନ୍ତି । ଅପରପକ୍ଷରେ ପୁଅ ବାବୁସାନ ଗୁରୁଗାଓଁର ଏକ ଘରୋଇ ହସ୍ପିଟାଲକୁ ଏୟାରଲିଫ୍ଟ କରାଯିବା ନେଇ ସୂଚନା ଦେଇଛନ୍ତି ।ଏକ ଫିଲ୍ମ ସୁଟିଂ ପାଇଁ ଯାଇଥିବା ସମୟରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା । ପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ କିନ୍ତୁ ସେଠାରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ଭେଣ୍ଟିଲେଟରରେ ଭର୍ତ୍ତି କରାଯାଇଥିଲା ।କହିରଖୁଛୁ ‘ବୋଉ ବୁଟୁ ଭୂତ’ ସିନେମା ସୁଟିଂ ଚାଲିଥିବା ସମୟରେ ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ । ଏହି ସିନେମାରେ ତାଙ୍କ ସହ ପତ୍ନୀ ଅପରାଜିତା ଓ ପୁଅ ବାବୁସାନ ମଧ୍ୟ ଅଭିନୟ କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |