ଭୁବନେଶ୍ୱର,୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ହିତାଧୀକାରୀଙ୍କୁ ଅନ୍ତୋଦୟ ଯୋଜନାରେ ପକ୍କା ଘର ମିଳିବ। ଏହାକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ୍ ପଡ଼ୁଥିବା ଯୋଗ୍ୟ ଲୋକଙ୍କୁ ମିଳିବ ପକ୍କା ଘର। କୌଣସି କାରଣରୁ ପିଏମ୍ ଆବାସରୁ ବଞ୍ଚିତ ହେଉଥିବା ଯୋଗ୍ୟ ହିତାଧିକାରୀଙ୍କୁ ଘର ଯୋଗାଇ ଦେବେ ରାଜ୍ୟ ସରକାର । ଏ ନେଇ ରାଜ୍ୟ କ୍ୟାବିନେଟ୍ ନିଷ୍ପତ୍ତି ନେଇଛି । ଘର ନଥିବା ଲୋକଙ୍କୁ ରାଜ୍ୟ ସରକାର ଅନ୍ତ୍ୟୋଦୟ ଯୋଜନାରେ ପକ୍କା ଘର ଯୋଗାଇ ଦେବେ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆବାସ ଯୋଜନାରୁ ବଞ୍ଚିତ ଲୋକଙ୍କୁ ଏହି ଯୋଜନାରେ ଘର ମିଳିବ। ୩ ବର୍ଷରେ ୨ ଲକ୍ଷ ୨୫ ହଜାର ହିତାଧିକାରୀଙ୍କୁ ଘର ପାଇବେ। ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ପିଏମ ଆବାସ ଯୋଜନାରେ ୪ ଏବଂ ୬ ମାସରେ ଘର ନିର୍ମାଣ କାମ ସାରିଲେ ବୋନସ ମିଳିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |