୧୫ ପରେ ଆଉ ବଢିବନି ଇ-କେୱାଇସି ଅବଧି, କଟିବ ନାଁ

ଭୁବନେଶ୍ୱର,୯।୦୨ : ରାସନ କାର୍ଡ E-KYC ପାଇଁ ଫେବୃଆରୀ ୧୫ରେ ପୁରିବ କଣ୍ଟ । ବର୍ତ୍ତମାନ ସୁଦ୍ଧା ୩୭ ଲକ୍ଷ ୮୫ ହାଜର ୪୯୬ ଜଣ ଲୋକ କରିନାହାନ୍ତି E-KYC । ୬ ଦିନ ଭିତରେ ଅନ୍ୟ E-KYC କରି ଦେବାକୁ ପୁଣି ଅପିଲ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରାଶନ କାର୍ଡ E-KYC ଅବଧିକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ମନ୍ତ୍ରୀ କହିଛନ୍ତି, ୧୫ ତାରିଖରେ ରାଶନ କାର୍ଡ E-KYC ଅବଧି ସରିବ। ଏହା ପରେ ଆଉ ତାରିଖ ବଢ଼ାଯିବ ନାହିଁ। ଅଯୋଗ୍ୟ ହିତାଧିକାରୀ କାର୍ଡ ନ ଫେରାଇଲେ ତାଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ୩୭ ଲକ୍ଷ ୮୫ ହଜାର ୪୯୬ ଜଣ ହିତାଧିକାରୀ E-KYC କରିନାହାନ୍ତି। ୮ ଲକ୍ଷ ଆୟକରଦାତା ବି ହାତେଇଛନ୍ତି ରାଶନକାର୍ଡ। ସ୍ବାସ୍ଥ୍ୟ କାର୍ଡ ହାତେଇବାକୁ ରାଶନକାର୍ଡ ନେଇଥିଲେ। ୧୨ ହଜାର ଚାକିରିଆ, ବଡ଼ବଡ଼ିଆ ରାଶନକାର୍ଡ ଫେରାଇ ସାରିଲେଣି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ୍‌ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ E-KYC ମାଧ୍ୟମରେ ଡିଲର ଅପ୍‌ଡେଟ୍‌ କରୁଛନ୍ତି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!