କଟକ ,୧୦ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିିଥିବା ବେଳେ ଆଜିଠାରୁ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ ହୋଇଛି। ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ଅନଲାଇନ ଏବଂ ଅଫଲାଇନରେ ଆଡମିଟ କାର୍ଡ ମିଳିବ । ଛାତ୍ରଛାତ୍ରୀମାନେ www.bseodisha.ac.in ୱେବସାଇଟକୁ ଯାଇ ନିଜର ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ମାଟ୍ରିକ ସମେତ ଏସଓଏସସି ଏବଂ ମଧ୍ୟମା ପରୀକ୍ଷାର ଆଡମିଟ କାର୍ଡ ମଧ୍ୟ ୱେବସାଇଟରେ ଉପଲବ୍ଧ କରାଯାଇଥିବା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ କୁହାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |