ଭୁବନେଶ୍ୱର, ୧୧।୨: ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ ପିସିସି ସଭାପତି ଭାବେ ନିଯୁକ୍ତ ପାଇଛନ୍ତି। ଏ ସମ୍ପର୍କରେ ଏଆଇସିସି ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଭକ୍ତ ଚରଣ ଦାସ ହେଉଛନ୍ତି ବରିଷ୍ଠ କଂଗ୍ରେସ ନେତା। ସେ ଜଣେ ଛାତ୍ର ନେତା ଭାବେ ଜୟପ୍ରକାଶ ନାରାୟଣଙ୍କ ଆନ୍ଦୋଳନରେ ସାମିଲ ହୋଇଥିଲେ। ପରେ ସେ ରାଜନୀତିରେ ଯୋଗଦେଇଥିଲେ।ଶ୍ରୀ ଦାସ କଂଗ୍ରେସର ମୁଖପାତ୍ର ମଧ୍ୟ ରହିଥିଲେ। ଏବେ ଦୀର୍ଘ ଦିନ ଧରି ଖାଲିପଡ଼ିଥିବା ରାଜ୍ୟ ପିସିସି ସଭାପତି ପଦରେ ତାଙ୍କୁ ଅଭିଷିକ୍ତ କରାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏହି ପଦବୀ ପାଇଁ ତାଙ୍କୁ ନିଯୁକ୍ତି ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |