ଭୁବନେଶ୍ୱର,୧୨।୧: ଆଜି ବସିବ ବିଧାନସଭାର ସର୍ବଦଳୀୟ ବୈଠକ । ଦିନ ୧୧ଟାରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ହେବ ବୈଠକ ।ସୁରୁଖୁରୁରେ ଗୃହ ପରିଚାଳନା ପାଇଁ ମତାମତ ନେବେ ବାଚସ୍ପତି । ୧୭ ତାରିଖରେ ବିଧାନସଭାରେ ଉପସ୍ଥାପନ ହେବ ବଜେଟ୍ ।୨୦୨୫-୨୬ ଆର୍ଥିକ ବର୍ଷରେ ପୂର୍ଣ୍ଣାଙ୍ଗ ବଜେଟ୍ ଲାଗି ୨୮ଟି କାର୍ଯ୍ୟ ଦିବସ ।କାଲିଠୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ । ଆସନ୍ତାକାଲି ୧୩ ଫେବ୍ରୁୟାରିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିଛି। ଏନେଇ ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଅଧିବେଶନକୁ ସୁରୁଖୁରୁରେ ସାରିବାକୁ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି ।ବିଧାନସଭାର ସର୍ବଦଳୀୟ ବୈଠକ. ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଶାନ୍ତିଶୃଙ୍ଖଳାର ସହିତ ବଜେଟ୍ ଅଧିବେଶନ ଅନୁଷ୍ଠିତ କରାଯିବା ପାଇଁ ସେନେଇ ବାଚସ୍ପତି ବିରୋଧୀ ଏବଂ ଶାସକ ଦଳ ମଧ୍ୟରେ ସମନ୍ବୟ ରକ୍ଷା ପାଇଁ ଏହି ବୈଠକ ଅନୁରୋଧ କରିଛନ୍ତି। ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ। ଫେବ୍ରୁଆରି ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ।ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ୧୩ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ। ୧୪ ଓ ୧୫ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆସିଥିବା ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |