ଲକ୍ଷ୍ନୌ,୧୨।୧: ୮୫ ବର୍ଷ ବୟସରେ ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ ସତୈନ୍ଦ୍ର ଦାସଙ୍କ ପରଲୋକ । ବ୍ରେନ ଷ୍ଟ୍ରୋକ ପରେ ଫେବ୍ରୁଆରୀ ୩ ତାରିଖରୁ ଲକ୍ଷ୍ନୌ ପିଜିଆଇ ହସ୍ପିଟାଲରେ ସତୈନ୍ଦ୍ରଙ୍କ ଚିକିତ୍ସା ଚାଲିଥିଲା । ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବା ପରେ ତାଙ୍କୁ ନ୍ୟୁରୋଲୋଜି ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ବୁଧବାର ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ସକାଳ ପ୍ରାୟ ୭ଟା ସମୟରେ ଲକ୍ଷ୍ନୌସ୍ଥିତ ଡାକ୍ତଖାନାରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ଏସଜିପିଜିଆଇ ହସ୍ପିଟାଲ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଫେବୃଆରୀ ୩ ତାରିଖରେ ତାଙ୍କୁ ଏସଜିପିଜିଆଇରେ ଭର୍ତ୍ତି କରାଯାଇଥିଲା।ଆଉ ଶେଷରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ସତୈନ୍ଦ୍ର ଦାସ । ତାଙ୍କ ବିୟୋଗରେ ଉତ୍ତରପ୍ରଦେଶ ସରକାର ଶୋକ ବ୍ୟକ୍ତ କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |