ଭୁବନେଶ୍ୱର,୧୪।୨:ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ପ୍ରମିଳା ମଲ୍ଲିକ । ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କେଉଁ କାରଣ ପାଇଁ ଆଗୁଆ ଜାମିନ ଆବେଦନ କରିଛନ୍ତି ତାହା ସ୍ପଷ୍ଟ ହୋଇନି । ନିକଟରେ ପ୍ରମିଳାଙ୍କ ଭାଇଙ୍କ ଘରେ ରେଡ୍ କରିଥିଲା ED। ତେବେ ପ୍ରମିଳା କେଉଁ କାରଣ ପାଇଁ ହାଇକୋର୍ଟକୁ ଯାଇଛନ୍ତି, ତାହା ଜଣାପଡ଼ିନି ।ବିଶ୍ବ NGO ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା EDର ରେଡ୍ କରିଥିଲା । ସମ୍ବଲପୁରର ୩ଟି ଏବଂ ଦିଲ୍ଲୀର ଗୋଟିଏ ସ୍ଥାନରେ ରେଡ୍ ହୋଇଥିଲା ।ବିଶ୍ବ ଏନଜିଓର ଫାଉଣ୍ଡର ହେଉଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଭାଇ ସ୍ବର୍ଗତ କ୍ଷୀରୋଦ ମଲ୍ଲିକ। ୨୩୧ କୋଟି ଟଙ୍କାର ଠକେଇ ଅଭିଯୋଗରେ ସମ୍ବଲପୁରରେ ଏହି ରେଡ୍ କରାଯାଇଥିଲା । ମୃତ କ୍ଷୀରୋଦ ମଲ୍ଲିକଙ୍କ ସମ୍ବଲପୁରସ୍ଥିତ ୩ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଥିଲା । ଦିଲ୍ଲୀରେ ବି ରେଡ଼ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । Bharat integrated social welfare agency ବିରୋଧରେ ରହିଛି ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗ । ଏକାଧିକ ରାଷ୍ଟ୍ରାୟତ ଓ ଘରୋଇ ବ୍ୟାଙ୍କରୁ ଲୋନ ନେଇଥିଲେ ପ୍ରମିଳା ମଲ୍ଲିକଙ୍କ ଭାଇ ସ୍ୱର୍ଗତ କ୍ଷୀରୋଦ ମଲ୍ଲିକ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |