ଲୋୟର୍ ପିଏମଜିରେ ପୁଣି ମିଶନଶକ୍ତି ମହିଳାଙ୍କ ଧାରଣା

 ଭୁବନେଶ୍ୱର ,୧୪।୨ : ବିଧାନସଭା ସମ୍ମୁଖରେ ମିଶନଶକ୍ତି ମହିଳାଙ୍କ ଗର୍ଜନ । ଭୁବନେଶ୍ଵର ଲୋୟର୍ ପିଏମଜିରେ ପୁଣି ଧାରଣାରେ ବସିଲେ ମିଶନ ଶକ୍ତି ମହିଳା । ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ବସିଛନ୍ତି । ନାରାବାଜିରେ କମ୍ପିଲା ଗାନ୍ଧୀ ମାର୍ଗ । ଦୁଇ ଦିନରେ ପହଞ୍ଚିଲା ମିଶନ ଶକ୍ତି ମାଆ ମାନଙ୍କ ଆନ୍ଦୋଳନ । ଓଡ଼ିଶା ଜୀବିକା ମିଶନ ଓ ମିଶନଶକ୍ତି ଅଧିନରେ କାର୍ଯ୍ୟରତ ଇସି ସଦସ୍ୟମାନେ ରାଜ୍ୟ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛନ୍ତି ।ରିଷ୍ଟ୍ରକଚରିଂ ବ୍ୟବସ୍ଥା ବନ୍ଦ କରିବା ସହ ସ୍ଥାୟୀ ନିଯୁକ୍ତି କରିବା ପାଇଁ ଦାବି କରିଛନ୍ତି ହଜାର ହଜାର ମହିଳା । ଏହା ସହିତ ବକେୟା ଭତ୍ତା ପ୍ରଦାନ ସହ ମିଶନଶକ୍ତି ଏବଂ ଜୀବିକା ମିଶନରେ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ୫ ବର୍ଷିଆ ଚୁକ୍ତି ବାତିଲ କରି ସ୍ଥାୟୀ କରିବା, ମିଶନଶକ୍ତି ବିଭାଗ ରାଜ୍ୟର ସମସ୍ତ ମହିଳାଙ୍କ ଜୀବିକା ଅର୍ଜନର ରାହାକୁ ରାଜ୍ୟ ସରକାର ସୁନିଶ୍ଚିତ କରିବାକୁ ମହିଳା ଦାବି କରିଛନ୍ତି । ସେହିଭଳି ସ୍ଵୟଂ ସହାୟକ ଗୋଷ୍ଠୀର ପ୍ରତ୍ୟେକ ସଦସ୍ୟ ମାନଙ୍କୁ ମାସିକ ଏକ ହଜାର ଟଙ୍କା ହାରରେ ମହିଳା ସଶକ୍ତିକରଣ ଭତ୍ତା ପ୍ରଦାନ କରିବାକୁ ଦାବି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!