ଭୁବନେଶ୍ୱର,୧୪।୨: ଆସନ୍ତା ୧୮ରେ ଭୁବନେଶ୍ୱରରୁ କଂଗ୍ରେସର ସଂକଳ୍ପ ପଦଯାତ୍ରା ଅନୁଷ୍ଠିତ ହେବ। ବିମାନବନ୍ଦରରୁ ପୁରୀ ଯାତ୍ରା ନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ସଂକଳ୍ପ ପଦଯାତ୍ରା ସମନ୍ବୟ ନେଇ ପିସିସି ପକ୍ଷରୁ କମିଟି ଗଠନ କରାଯାଇଛି। ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କମିଟି କଠନ କରାଯାଇଛି। କମିଟିରେ ମୋକିମ, ରମେଶ ଜେନା, ରାଜନ ଏକ୍କା ପ୍ରମୁଖ ସଦସ୍ୟ ସାମିଲ ହେବେ। ନୂଆ ପିସିସି ସଭାପତି ମିଳୁମିଳୁ ଆଜି ବଡ଼ ପଦକ୍ଷେପ ନେଇଛନ୍ତି ପିସିସି ସଭାପତି । ରାଜ୍ୟ କଂଗ୍ରେସରୁ ସମସ୍ତ ନିଲମ୍ବନ ଓ ବହିଷ୍କାର ପ୍ରତ୍ୟାହାର କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଏ ନେଇ ପ୍ରେସ ବିଜ୍ଞପ୍ତି ଜରିଆରେ ଘୋଷଣା କରାଯାଇଛି।ବିଜ୍ଞପ୍ତି ଲେଖାଯାଇଛି ଯେ, ଯେଉଁ ମାନଙ୍କୁ କୌଣସି ନା କୌଣସି ପରିସ୍ଥିତିରେ ଦଳରୁ ନିଲମ୍ବନ କିମ୍ବା ବହିଷ୍କାର କରାଯାଇଥିଲା, ତାହାକୁ ପ୍ରତ୍ୟାହାର କରି ଦିଆଯାଇଛି। ବିଭିନ୍ନ ସମୟରେ କୌଣସି ନା କୌଣସି କାରଣରୁ ଯେଉଁମାନେ କଂଗ୍ରେସ ଦଳ ଛାଡି ଚାଲି ଯାଇଛନ୍ତି। ସେମାନେ ପୁନର୍ବାର କଂଗ୍ରେସ ଦଳକୁ ଫେରି ଆସିବାକୁ ଆମେ ନିବେଦନ କରୁଛୁ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ଅଛି। ଯଦି ସେମାନେ କଂଗ୍ରେସ ଦଳର ନୀତି ଓ ଆଦର୍ଶ ପ୍ରତି ଆସ୍ଥା ପ୍ରକଟ କରି ଯୋଗଦାନ କରିବାକୁ ଇଚ୍ଛୁକ। ସେମାନଙ୍କୁ କଂଗ୍ରେସ ଦଳ ତରଫରୁ ସମ୍ମାନର ସହ ସ୍ୱାଗତ କରାଯିବ ବୋଲି ଜାରି କରାଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।ତେବେ ପିସିସି ସଭାପତି ହେବା ପରେଭକ୍ତ ଚରଣ ଦାସ ଗଣମାଧ୍ୟମ ଆଗରେ ସମସ୍ତ ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ପ୍ରତିକ୍ରିୟା ରଖିଥିଲେ। ସେ କହିଥିଲେ, ତରୁଣ, ବରିଷ୍ଠ ସମସ୍ତଙ୍କୁ ନେଇ କାମ କରିବି। କଂଗ୍ରେସକୁ ଆନ୍ଦୋଳନ ଜରିଆରେ ଘରେ ଘରେ ପହଞ୍ଚାଇବୁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |