ରାଜ୍ୟରେ ଦୁଇଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫/୦୨: ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜରେ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ରେ ଉତ୍ତର ଉପକୂଳ ଓଡ଼ିଶା  ଓ ମୟୂରଭଞ୍ଜ ସମେତ କେନ୍ଦୁଝର  ଏବଂ ଢେଙ୍କାନାଳରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ତିନି ଦିନ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିଯିବ ବୋଲି ଆକଳନ କରାଯାଇଛି । ସେହିଭଳି ୨ ଦିନ ପରେ ରାତି ତାପମାତ୍ରା  ମଧ୍ୟ ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ  ପୂର୍ବାନୁମାନ ରହିଛି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!