ଭୁବନେଶ୍ୱର,୧୫/୦୨ : ଆସନ୍ତା ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର ଥିବାରୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |