ଭକ୍ତଙ୍କ ପାଇଁ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା, ୩୦ କୋଟି ଟଙ୍କାର ବ୍ୟୟ ବରାଦ

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିର ନୂଆ କରି ବଜେଟରେ ଶ୍ରୀଜଗନ୍ନାଥ ଯୋଜନା ଯୋଡି ହୋଇଛି।ଗରିବ ଭକ୍ତଙ୍କ ପୂରଣ ହେବ ମନସ୍କାମନା । ଏଥିପାଇଁ ବଜେଟରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭକ୍ତଙ୍କ ପାଇଁ କରାଯାଉଛି ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା । ଏଥିପାଇଁ ବଜେଟରେ ୩୦ କୋଟି ଟଙ୍କାର ବ୍ୟୟବରାଦ ପ୍ରସ୍ତାବ ହୋଇଛି ।ଏଥିରେ ଗରିବ ଭକ୍ତ ସଦର ମହକୁମାରୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । ତେବେ ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓଡିଆ ସଂସ୍କୃତିର ପ୍ରାଣକେନ୍ଦ୍ର ଅଟନ୍ତି । ରତ୍ନ ସିଂହାସନରେ ବିରାଜମାନ ମହାପ୍ରଭୁଙ୍କୁ ଦେଖିବାକୁ ପ୍ରତିଟି ଓଡିଆଙ୍କ ଇଚ୍ଛା ।ଜିଲା ସଦର ମହକୁମାରୁ ଶ୍ରଦ୍ଧାଳୁ ମାଗଣାରେ ବସ୍‌ରେ ଆସି ଜଗା ଦର୍ଶନ କରି ମହାପ୍ରଭୁଙ୍କ ଅବଢ଼ା ଖାଇବେ।ମୁଖ୍ୟମନ୍ତ୍ରୀ ବଜେଟ ଉପସ୍ଥାପନ ବେଳେ କହିଥିଲେ, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓଡ଼ିଆ ସଂସ୍କୃତିର ପ୍ରାଣକେନ୍ଦ୍ର ଅଟନ୍ତି । ରତ୍ନ ସିଂହାସନରେ ବିରାଜମାନ ମହାପ୍ରଭୁଙ୍କୁ ଦେଖିବାକୁ ପ୍ରତିଟି ଓଡିଆଙ୍କ ଇଚ୍ଛା । ଗରିବ ଭକ୍ତଙ୍କ ମନସ୍କାମନା ପୂରଣ କରିବାକୁ ନୂଆ ଯୋଜନା ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଆରମ୍ଭ କରାଯାଉଛି । ପ୍ରତ୍ୟେକ ଜିଲ୍ଲା ସଦରମହକୁମାରୁ ଜଗନ୍ନାଥ ଦର୍ଶନ ପାଇଁ ସ୍ବତନ୍ତ୍ର ବସରେ ଗରିବ ଭକ୍ତମାନେ ମାଗଣାରେ ପୁରୀ ଆସି ଜଗା ଦର୍ଶନ କରିବା ସହ ମହାପ୍ରସାଦ ସେବନ କରିପାରିବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!