ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା,୧୨ କୋଟିର ବ୍ୟୟ ବରାଦ

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ୍ ଉପସ୍ଥାପନ କରିଛନ୍ତି ।   ତେବେ ନୂଆ ସରକାର ଆସିବା ପରେ ଅନେକ ନୂଆ ଯୋଜନା ଆଣିଛନ୍ତି ସରକାର । ତେବେେ ଗରିବଙ୍କ ପାଇଁ କନ୍ୟା ଯୋଜନା ଘୋଷଣା କରିଛନ୍ତି ମୋହନ ମାଝୀ ।ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଘୋଷଣା କରାଯାଇଛି । ଏହି ଯୋଜନା ଅଧୀନରେ ଗରିବ ପରିବାରର ଝିଅଙ୍କ ବିବାହ କରିବେ ରାଜ୍ୟ ସରକାର  । ଏଥିପାଇଁ ବଜେଟରେ ୧୨ କୋଟିର ବ୍ୟୟ ବରାଦ କରାଯାଇଛି ।ଅନ୍ୟପଟେ ମୁଖ୍ୟମନ୍ତ୍ରୀ କହିଛନ୍ତି,  କିଶୋରୀ ସୁଭଦ୍ରା, ସୁଭଦ୍ରା ସଞ୍ଚୟ କାର୍ଯ୍ୟକାରୀ ହେବ । ସେହିପରି ସୁଭଦ୍ରା ସଖୀ, ସୁଭଦ୍ରା ଯାତ୍ରୀ, ସୁଭଦ୍ରା ସଂଘ କାର୍ଯ୍ୟକାରୀ, କୁହା ସୁଭଦ୍ରା କଲ ସେଣ୍ଟର, ସୁଭଦ୍ରା ସହଯୋଗୀ, ସୁଭଦ୍ରା ପଣ୍ଡିତ, ସୁଯୋଗ୍ୟ ସୁଭଦ୍ରା ଭଳି କାର୍ଯ୍ୟକ୍ରମ ଆରମ୍ଭହେବ ।ଏହାଛଡ଼ା ମମତା ଯୋଜନା ପାଇଁ ୨୮୪ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବାବେଳେ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ୨୦୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।  ମିସନ ଶକ୍ତି ପାଇଁ ୨୭୭୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!