ଆଜିଠୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର,୧୮।୨: ଆଜିଠାରୁ ଆରମ୍ଭ  ଯୁକ୍ତ ୨ ପରୀକ୍ଷା । ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା ।ଆଜିର ପ୍ରଥମ ଦିନରେ ବିଜ୍ଞାନ ବିଭାଗର ମାତୃଭାଷା ଓଡ଼ିଆ ପରୀକ୍ଷା ହେବ । ପରୀକ୍ଷା  ଦେଇଛନ୍ତି୧ ଲକ୍ଷ ୧୪ ହଜାର ୯୮୦ ଜଣ ।୧୯ ତାରିଖରେ କଳାଓ ବାଣିଜ୍ୟ ବିଭାଗର ମାତୃଭାଷା ଓଡ଼ିଆ ପରୀକ୍ଷା ରହିଛି । କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାରେ ରେଗୁଲାର ଓ ଏକ୍ସରେଗୁଲାର ମିଶି ସମୁଦାୟ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷା ଦେବେ । ରାଜ୍ୟରେ ମୋଟ ୧୨୭୬ଟି ପରୀକ୍ଷା କେନ୍ଦ୍ର କରାଯାଇଛି ।ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ । ପରୀକ୍ଷାର୍ଥୀମାନେ ୩୦ ମିନିଟ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ । ୧୫ ମିନିଟ ପୂର୍ବରୁ ପରୀକ୍ଷା ହଲରେ ପ୍ରବେଶ କରିବେ ।ସିସିଟିଭି ଜଗିବ ପରୀକ୍ଷା ହଲ । ଯାହାର ଲାଭଇଭ ଷ୍ଟ୍ରିମିଂ ବି ହେବ । ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ୫ ସ୍ତରୀୟ ବ୍ୟବସ୍ଥା କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!