ଭୁବନେଶ୍ବର,,୧୮।୨: କିଟ୍ ଘଟଣାକୁ ନେଇ ଚାରିଆଡେ ଚର୍ଚ୍ଚା । ଛାତ୍ରଛାତ୍ରୀମାନେ ଧାରଣାରେ ବସିଥିବା ବେଳେ ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବି ମଧ୍ୟ କରାଯାଉଛି । ଏହାରି ଭିତରେ କୋଠର ହୋଇଛନ୍ତି ରାଜ୍ୟ ସରକାର । ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କରି ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।କିଟ୍ ଘଟଣାକୁ ନେଇ କଠୋର ହେଲେ ରାଜ୍ୟ ସରକାର । ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ ହେଲା । କମିଟିରେ ସ୍ଥାନ ପାଇଲେ ୩ଟି ବିଭାଗର ସଚିବ । କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ରହିଛନ୍ତି । କମିଟିରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ବି ରହିଛନ୍ତି । ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ କମିଟିରେ ସ୍ଥାନିତ ପାଇଛନ୍ତି। ଛାତ୍ରଛାତ୍ରୀଙ୍କୁ ଘରୋଇ ସୁରକ୍ଷାକର୍ମୀ ମାଡ଼ ମାରିବାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ । ସମସ୍ତ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସମ୍ମାନ ନେଇ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି। ନ୍ୟାୟ ଦେବାକୁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |