ଭୁବନେଶ୍ବର,୧୮।୨ : ପଶ୍ଚିମାଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ବିଜୁଳି ସହ ବର୍ଷା । ୧୯ ରୁ ୨୨ ତାରିଖ ଘଡଘଡି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ କାଲି ପାଇଁ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଏବଂ ଯାଜପୁର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।ସେହିପରି ୨୦ ତାରିଖରେ ବଜ୍ରପାତ ବର୍ଷା ନେଇ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୨୧ ତାରିଖରେ ମୟୁରଭଞ୍ଜ, ବାଲେଶ୍ବର ଏବଂ କେନ୍ଦୁଝରକୁ ସତର୍କତା ଜାରି କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |