ଭୁବନେଶ୍ୱର ୧୯।୦୨: କିଟ୍ ଛାତ୍ରୀ ମୃତ୍ୟୁ ଘଟଣା। ଏମ୍ସରେ ପୋଷ୍ଟମର୍ଟମ୍ ପରେ ପରିବାରକୁ ଦିଆଯାଇଛି ଛାତ୍ରୀଙ୍କ ଶବ ।ମୃତ ଛାତ୍ରୀ ପ୍ରକୃତି ଲାମସାଲଙ୍କ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର। AIIMSରେ ପୋଷ୍ଟମର୍ଟମ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର। ବିଳମ୍ବିତ ରାତିରେ ମୃତଦେହ ନେପାଳ ନେଇଗଲେ ପରିବାର ଲୋକ। ସେପଟେ କିଟ୍ ବିଶ୍ୱବିଦ୍ୟାଳୟରେ ଲାଗି ରହିଛି ଚାପା ଉତ୍ତେଜନା। ନ୍ୟାୟ ଦାବିରେ ଗତରାତିରେ କିଟ୍ ଛାତ୍ରଛାତ୍ରୀ କ୍ୟାଣ୍ଡେଲ ଶୋଭାଯାତ୍ରା କରିଥିଲେ। ଏବେ କିଟ୍ ମୁଖ୍ୟ ଫାଟକ ସାମନାରେ ପୋଲିସ୍ ଛାଉଣୀ। ୪ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ ଅଛନ୍ତି। ଅତିରିକ୍ତ ଡିସିପିଙ୍କ ସହ ବହୁ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ଅଶାନ୍ତ ପରିସ୍ଥତି କୁ ଦୃଷ୍ଟିରେ ରଖି ପୋଲିସ୍ ମୃତୟନ ଅଛନ୍ତି।ସେହିପରି ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ଗିରଫ ୫ ଜଣଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ। ଜାମିନ ପ୍ରଦାନ କରିଛନ୍ତି ଭୁବନେଶ୍ବର JMFC – 2 କୋର୍ଟ । ଜଣେ ଜାମିନଦାର ଓ ୨୦ ହଜାର ଟଙ୍କା ବେଲ ବଣ୍ଡରେ ଏମାନଙ୍କୁ ଜାମିନ ମିଳିଛି । ତଦନ୍ତ ରେ ସହଯୋଗ କରିବା ସହ ଛାତ୍ରଛାତ୍ରୀ ଙ୍କୁ ପ୍ରଭାବିତ ନକରିବାକୁ କୋର୍ଟଙ୍କ ନିର୍ଦେଶ ରହିଛି । ଘଟଣାରେ ୫ ଜଣଙ୍କୁ ଗିରଫ କରିଥିଲା ଇନଫୋସିଟି ଥାନା ପୋଲିସ । ଜାମିନ ପାଇଛନ୍ତି ତିନି ଡାଇରେକ୍ଟର ଏବଂ ଦୁଇ ସିକ୍ୟୁରିଟି ଗାର୍ଡ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |