ନ୍ୟାୟ ପାଇବେ ନେପାଳୀ ଛାତ୍ରୀ’, ନେପାଳୀ ଛାତ୍ରଛାତ୍ରୀଙ୍କୁ ଅପିଲ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୨:କିଟ୍ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ନେପାଳ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାଉନସେଲର ସଞ୍ଜୀବ ଦାସଶର୍ମା, ନବୀନରାଜ ଅଧିକାରୀଙ୍କ ସହ ସେ କଥା ହୋଇଛନ୍ତି।ଏଥିସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଶ୍ରୁତି ଦେଇଛନ୍ତି ଯେ, କିଟ୍ ଛାତ୍ରୀ ମୃତ୍ୟୁ ଘଟଣାରେ ନ୍ୟାୟ ଦିଆଯିବ। କିଟ୍ କ୍ୟାମ୍ପସରେ ପୁଣିଥରେ ଶାନ୍ତି ଫେରିବ। ଏତିସହ କ୍ୟାମ୍ପସ୍‌କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ଅପିଲ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।କିଟ୍‌ ବିଶ୍ବବିଦ୍ୟାଳୟ ପ୍ରସଙ୍ଗରେ ନେପାଳ କାଉନସିଲରଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ନେପାଳି କାଉନସିଲର ସଞ୍ଜୀବ ଦାସ ଶର୍ମା ଏବଂ ନବୀନ ରାଜ ଅଧିକାରୀଙ୍କ ସହ କଥା ହୋଇଛନ୍ତି। ତେବେ ନେପାଳି ଛାତ୍ରୀ ପ୍ରକୃତିକୁ ନ୍ୟାୟ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଛନ୍ତି। ଖୁବଶୀଘ୍ର କିଟ୍‌ କ୍ୟାମ୍ପସରେ ଶାନ୍ତି ଫେରିବ ବୋଲି ସେ କହିଛନ୍ତି। କ୍ୟାମ୍ପସକୁ ଫେରିବାକୁ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।ରାଜ୍ୟ ଅତିଥି ଭବନରେ ନେପାଳ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଆଲୋଚନାରେ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସାମିଲ ଥିଲେ। ଏହାସହ ନେପାଳର ବୈଦେଶିକ ମନ୍ତ୍ରୀଙ୍କ ସହ ଫୋନ ଯୋଗେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କଥା ହୋଇଛନ୍ତି।ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ମୃତ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌ ଜବତ କରାଯାଇଛି। ନେପାଳୀ ଭାଷାରେ ଲେଖାଇ ହୋଇଛି ସୁଇସାଇଡ୍ ନୋଟ୍‌। ଯେଉଁଥିରେ ପୁରୁଷ ବନ୍ଧୁ କେମିତି ନିର୍ଯାତନା ଦେଉଥିଲା, ସେ ସବୁ ଘଟଣା ଉକ୍ତ ସୁଇସାଇଡ୍‌ ନୋଟ୍‌ରେ ଲେଖା ଥିଲା। ସୁଇସାଇଡ୍‌ ନୋଟ୍‌କୁ ଜବତ କରି ହ୍ୟାଣ୍ଡ ରାଇଟିଂ ବ୍ୟୁରୋକୁ ପଠାଇଛି ପୋଲିସ ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!