ଭୁବନେଶ୍ବର ,୨୨ା୨: ଆଜିଠାରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଜନତା ମୈଦାନରେ ‘ସୁଭଦ୍ରା’ ଶକ୍ତିି ମେଳା ଅନୁଷ୍ଠିତ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମିଶନ ଶକ୍ତି ଭବନରେ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ରାଜ୍ୟରେ ପ୍ରଥମ ଥର ପାଇଁ ‘ସୁଭଦ୍ରା’ ଶକ୍ତି ମେଳା ଆୟୋଜନ କରାଯାଉଛି। ଏଥିରେ ସ୍ବୟଂ ସହାୟକ ଗୋଷ୍ଠୀ ଓ ଉତ୍ପାଦକ ଗୋଷ୍ଠୀ ଦ୍ବାରା ୩୦୦ ଷ୍ଟଲ୍ ବ୍ୟବସ୍ଥା କରାଯିବ।ଏହି ୯ ଦିନିଆ ପ୍ରଦର୍ଶନୀରେ ହସ୍ତଶିଳ୍ପ ଏବଂ ଜୈବିକ ଉତ୍ପାଦର ବିବିଧ ସାମଗ୍ରୀ ପ୍ରଦର୍ଶିତ ହେବ। ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏହାକୁ ଉଦ୍ଘାଟନ କରିବେ।ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଓ ଘରୋଇ ସାମଗ୍ରୀ, ସ୍ବାସ୍ଥ୍ୟ ଏବଂ ୱେଲନେସ୍ ଉତ୍ପାଦ, ଜୈବିକ ଖାଦ୍ୟ ସାମଗ୍ରୀ, ମସଲା ଏବଂ ମିଲେଟ୍-ଭିତ୍ତିକ ବ୍ୟଞ୍ଜନ ଇତ୍ୟାଦି ଉଚ୍ଚଗୁଣବତ୍ତା ଏବଂ ଦୀର୍ଘସ୍ଥାୟୀ ଉତ୍ପାଦ ପ୍ରଦର୍ଶିତ ହେବ। ‘ସୁଭଦ୍ରା’ ଶକ୍ତି ମେଳା ଗ୍ରାମୀଣ ମହିଳା ଉଦ୍ୟୋଗୀଙ୍କୁ କ୍ରେତା, ବ୍ୟବସାୟ ଏବଂ ବଜାର ସହିତ ସଂଯୋଗ କରିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |