ବଣାଇ ,୨୨।୦୨ : ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ରାଜ୍ୟ ରାଜପଥ ମୁଚୁରୀନାଳୀ ଗାଁରେ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍ । ଯେଉଁଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଓଏସ୍ଆର୍ଟିସି ବସ୍, ଯାହାଫଳରେ ୨୦ ଆହତ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲା ଲହୁଣିପଡା ଥାନା ମୁଚୁରିନାଳ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଯାଇଛି ଏବଂ ପରେ ଓଲଟିପଡିଛି। ଏଥିରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତ ଯାତ୍ରୀଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ରାଉରକେଲା ଆଇଜିଏଚ୍ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।ବସ୍ରେ ୫୦ ରୁ ଅଧିକ ଯାତ୍ରୀ ଥିବାବେଳେ ବସ୍ଟି ପୁରୀ ଅଭିମୁଖେ ଆସୁଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି। ଖବର ମୁତାବକ ଓଏସ୍ଆର୍ଟିସି ବସଟି ସୁନ୍ଦରଗଡ଼ରୁ ପୁରୀକୁ ଯାଉଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |