ଭୁବନେଶ୍ଵର,୨୨।୨: କିଟ୍ ବିଶ୍ୱବିଦ୍ୟାଳୟ ଘଟଣାକୁ ନେଇ ଗୁରୁତ୍ଵର ସହ ନେଇଛନ୍ତି ରାଜ୍ୟ ସରକାର । ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଆଜି ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୃଢ଼ କାର୍ଯ୍ୟାନୁଷ୍ଠାନ ସହିତ ପିଲାମାନଙ୍କ ଭରସା ଫେରାଇ ଆଣିବା ପାଇଁ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଆର୍ଜୁ ରାନା ଦେଉବାଙ୍କ ସହ ଫୋନ୍ରେ କଥା ହୋଇଛନ୍ତି । କିଟ୍ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ସେପଟେ ଘଟଣାର ଗୁରୁତ୍ବକୁ ଦେଖି, ରାଜ୍ୟ ସରକାର ଗଠନ କରିଥିବା ସ୍ବତନ୍ତ୍ର ଫ୍ୟାକ୍ଟ୍ର ଫାଇଣ୍ଡିଂ ଘଟଣାର ଫୁଙ୍ଖାନୁପୁଙ୍ଖ ତଦନ୍ତ ଜାରି ରହିଛ। ଶୁକ୍ରବାର ଟିମ୍ ‘କିଟ୍’ର କିଛି ଅଧିକାରୀ ଏମିତିକି ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ମଧ୍ୟ ଅଢ଼େଇ ଘଣ୍ଟା ପଚରାଉଚରା କରିଥିଲା। ଆଉ ଏବେ ଏହି ଘଟଣାକୁ ନେଇ ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଓବାଙ୍କ ସହ କଥା ହୋଇଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ନେପାଳ ବୈଦେଶିକ ମନ୍ତ୍ରୀଙ୍କୁ ଦୋଷୀ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ‘‘ପିଲାଙ୍କ ଭରସା ଫେରାଇ ଆଣିବାକୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ନେପାଳର ପିଲା ହେଉଛନ୍ତି ଆମ ପିଲା। ସଂପୂର୍ଣ୍ଣ ସମ୍ମାନର ସହ ପିଲାମାନେ ଏଠାରେ ପଢ଼ିବେ।’’
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |