ଭୁବନେଶ୍ୱର,୨୩।୨: ରାଜ୍ୟରେ ତାତି ବଢ଼ିବା ବେଳେ ଝଡ଼ବର୍ଷା ସାମାନ୍ୟ ଆଶ୍ବସ୍ତି ଆଣିଦେଇଛା । ଆଗାମୀ ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।ଆଜିବି ଛେଚିବ ବର୍ଷା। ୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି। ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ। ବିଜୁଳି ଘଡ଼ଘଡ଼ି ସହ କିଛି ଜିଲ୍ଲାରେ କୁଆପଥର ମାଡ଼ ହୋଇପାରେ । ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ।୧୯ ତାରିଖରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେଉଛି। ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦୁଝର ଜିଲାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି।ଯଦି ଦେଖିବା ପ୍ରଥମେ ଶୀତ। ଆଉ ମାଘ ମାସରେ ଶୀତ ବଦଳରେ ଟାଇଁଟାଇଁ ଖରା। ଯାହାକି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଥିଲା। ହେଲେ ୧୯ ତାରିଖରୁ ପାଗରେ ପରିବର୍ତ୍ତନ ଆସିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |