ସୋମବାର ପ୍ରଭୁ ଲୋକନାଥଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ

ପୁରୀ ,୨୩।୦୨ : ସୋମବାର ପ୍ରଭୁ ଲୋକନାଥଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ । ଏହି ଅବସରରେ ଲୋକନାଥଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ପ୍ରଭୁଙ୍କ ଦର୍ଶନଙ୍କ ବହୁ ସଂଖ୍ୟାରେ ଭକ୍ତଙ୍କ ସମାଗମ ମଧ୍ୟ ହେବ । ଖାସ୍‌ ସେଥିଲାଗି ପୁରୀ ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା କରାଯାଇଛି । ପଙ୍କୋଦ୍ଧାର ଏକାଦଶୀ ଉପଲକ୍ଷେ ପ୍ରଭୁ ଲୋକନାଥଙ୍କ ଦର୍ଶନ ପାଇଁ ବହୁ ସଂଖ୍ୟାରେ ଭକ୍ତଙ୍କ ସମାଗମ ହେବ। ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦାୟିତ୍ବରେ ଜଣେ ଅତିରିକ୍ତ ଆରକ୍ଷୀ ଏସପି, ୫ ଜଣ ଡିସପି, ୧୫ ଜଣ ଇନିସ୍‌ପେକ୍ଟର, ୪୧ ଜଣ ଏସଆଇ ଓ ଏଏସଆଇ, ୭୨ ଜଣ ହାବିଲଦାର, କନେଷ୍ଟବଳ, ୮୨ ଜଣ ହୋମଗାର୍ଡ, ୬ ପ୍ଲାଟୁନ ପୋଲିସ ଫୋର୍ସ  ମୁତୟନ ହେବେ। ଏଥିସହ ମନ୍ଦିର ଭିତରେ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସାମାଜିକ ଗଣମାଧ୍ୟମରେ ପୁରୀ ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!