ଭୁବନେଶ୍ୱର,୧।୩: ମାଟ୍ରିକ ପରୀକ୍ଷାରେ ଆଜି ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ୫୦ ମାର୍କ ବଦଳରେ ୪୬ ମାର୍କର ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ। ‘ସି’ ସେଟରେ ୨ଟି ବର୍ଣ୍ଣନାତ୍ମକ ପ୍ରଶ୍ନରୁ ଗୋଟିଏ ରହିଛି। ଏହାକୁ ନେଇ ଛାତ୍ରଛାତ୍ରୀ ଓ ଅବିଭାବକଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି।ପ୍ରଶ୍ନପତ୍ର ତ୍ରୁଟି ଏନେଇ ପ୍ରତିକ୍ରିୟା ରଖିଛନ୍ତି ବୋର୍ଡ ସଭାପତି। ମାଟ୍ରିକ ବିଜ୍ଞାନ ପରୀକ୍ଷାରେ ପ୍ରଶ୍ନପତ୍ର ତ୍ରୁଟି ରହିଥିବା ସ୍ବୀକାର କରିଛନ୍ତି ସେ। ‘ସି’ ସେଟ୍ ପ୍ରଶ୍ନ ପତ୍ରରେ ୪ ମାର୍କ ମିସିଂ ରହିଛି । ତେବେ ମୂଲ୍ୟାୟନ ବେଳେ ଏହାକୁ ବୋର୍ଡ କମିଟି ନଜର ଦେବ ବୋଲି ବୋର୍ଡ ସଭାପତି କହିଛନ୍ତି । ମୂଲ୍ୟାୟନ କମିଟି ଏନେଇନିଷ୍ପତ୍ତି ନେବେ। ପିଲାଙ୍କ ମାର୍କିଂ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି କହିଛନ୍ତି ବୋର୍ଡ ସଭାପତି । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ଥର ୬୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ୍ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି। ଚଳିତ ବର୍ଷ ରାଜ୍ୟରେ ମୋଟ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆସନ୍ତା ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଶ୍ନପତ୍ର ଲିକ୍ ରୋକିବା ନିମନ୍ତେ ବିଶେଷ ଧ୍ୟାନ ଦିଆଯାଇଛି । ଏଥର ପ୍ରଶ୍ନପତ୍ରରେ ସିରିଏଲ୍ ନମ୍ବର ଓ କ୍ୟୁଆର କୋଡ୍ ବ୍ୟବସ୍ଥା କରାଯାଇଛି। ଫଳରେ ପ୍ରଶ୍ନପତ୍ର ଭାଇରାଲ ହେଲେ ଏହା କେଉଁ ସେଣ୍ଟରରୁ ଲିକ୍ ହୋଇଛି ତାହା ଜଣାପଡ଼ିଯିବ । କିନ୍ତୁ ଏତେ ପରେ ମଧ୍ୟ ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ବଡ଼ ତ୍ରୁଟି ଥିବା ସାମ୍ନାକୁ ଆସିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |