ଅଙ୍ଗନବାଡ଼ି ଅଣ୍ଡା ଦାମ୍ ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୨।୩:ବଢିଲା ଅଙ୍ଗନବାଡ଼ି ଅଣ୍ଡା ଦାମ୍ । ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ୍‌ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି । ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ୨ ଟଙ୍କା ବଢାଇଛନ୍ତି ରାଜ୍ୟ ସରକାର । ଏଥିପାଇଁ ସରକାର ବର୍ଷକୁ ଅତିରିକ୍ତ ୧୭୫ କୋଟି ୧୪ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ । ଏହି ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଏଥିପାଇଁ ସରକାର ବର୍ଷକୁ ଅତିରିକ୍ତ ୧୭୫ କୋଟି ୧୪ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ । ଏହି ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ବଜାରରେ ଅଣ୍ଡା ଦର ବୃଦ୍ଧି ପାଇଁ ଅଙ୍ଗନୱାଡ଼ି କର୍ମୀ ପିଲାଙ୍କୁ ପୁଷ୍ଟିସାର ଖାଦ୍ୟ ଅଣ୍ଡା ଦେବାରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ । ବଜାରରେ ଅଣ୍ଡା ଗୋଟେର ଦାମ୍ ୮ ଟଙ୍କା ଥିବାବେଳେ ସରକାର ଦେଉଥିଲେ ୫ଟଙ୍କା ।ଏହି କାରଣରୁ ଅଙ୍ଗନୱାଡ଼ି ପିଲାଙ୍କୁ ମାସକୁ ୨୦ ବଦଳରେ ମାତ୍ର ୧୫ଟି ଅଣ୍ଡା ମିଳୁଥିଲା । ଗର୍ଭବତୀ ଓ ପ୍ରସୂତୀଙ୍କୁ ମାସିକ ୧୨ଟି ଅଣ୍ଡା ଦେବା କଥା, କିନ୍ତୁ ଅଙ୍ଗନୱାଡ଼ି ଦିଦି କେଉଁଠି ୮ଟା ଆଉ କେଉଁଠି ୯ଟି ଦେଉଥିବା ଅଭିଯୋଗ ହୋଇଥିଲା । ଶେଷରେ ଅଙ୍ଗନୱାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ମୂଲ୍ୟ ବୃଦ୍ଧି କରିଛନ୍ତି ସରକାର ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!