ଭୁବନେଶ୍ୱର,୩।୩ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୂଆ OSD ହେଲେ କୌଶିକ ପଟ୍ଟନାୟକ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦୁଝର ବଂଶପାଳ ତହସିଲଦାର ଭାବେ କୌଶିକ କାର୍ଯ୍ୟ କରୁଥିଲେ। କୌଶିକଙ୍କ ସମେତ ୧୮ ଓଏଏସ୍ ଅଧିକାରୀଙ୍କ ବଦଳି ହୋଇଛି।କେନ୍ଦୁଝର ବାଂଶପାଳ ତହସିଲଦାର କୌଶିକ ପଟ୍ଟନାୟକଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ। ମୁଖ୍ୟମନ୍ତ୍ରୀଙ୍କ OSD ହୋଇଛନ୍ତି କୌଶିକ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ OSD ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ୧୮ ଜଣ OAS ଅଫିସରଙ୍କ ବଦଳି ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି । କୌଶିକଙ୍କର ସାଧାରଣ ପ୍ରଶାସନ ବିଭାଗକୁ ବଦଳି କରାଯାଇ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି । ପୂର୍ବରୁ କେନ୍ଦୁଝର ଏଡିଏମ ଥିବା ଆଲୋକ ପ୍ରଧାନଙ୍କୁ ବଦଳି କରାଯାଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି କେନ୍ଦୁଝର ଉପଜିଲ୍ଲାପାଳ ଥିବା ତ୍ରିଲୋଚନ ମହାନ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |