ଆଜି ଆସିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓ ଅଖ୍ୟାତ ପୁରପଲ୍ଲୀରେ ବାସ କରୁଥିବା ସମସ୍ତ ମହିଳାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି।ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବେ।ଆକାଉଣ୍ଟକୁ ଯିବ ୫ ହଜାର କୋଟିରୁ ଅଧିକ ଟଙ୍କା। ଏବେସୁଦ୍ଧା ଯେତେ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇଛନ୍ତି। ସେ ସମସ୍ତଙ୍କୁ ଆଜି ଆଉ ଥରେ ଦ୍ୱିତୀୟ କିସ୍ତିରେ ୫ ହଜାର ଲେଖାଏଁ ଦେବେ ରାଜ୍ୟ ସରକାର। କହିବାକୁ ଗଲେ ମାର୍ଚ୍ଚ ୬ ତାରିଖ ପ୍ରଥମ ପର୍ଯ୍ୟାୟର ପଞ୍ଚମ କିସ୍ତି ପାଇଥିବା ମହିଳା ଆଜି ବି ଆଉ ପାଞ୍ଚ ହଜାର ଟଙ୍କା ପାଇବେ।ତେବେ ଏବେସୁଦ୍ଧା ଆବେଦନକାରୀଙ୍କ ସଂଖ୍ୟା କୋଟିଏ ୮ ଲକ୍ଷ ଥିବା ବେଳେ, ମାର୍ଚ୍ଚ ୩୧ ଯାଏ ଆବେଦନ କରିଥିବା ହିତାଧିକାରୀଙ୍କୁ ସର୍ଭେ କରି ସାମିଲ କରିବେ ସରକାର। ମାର୍ଚ୍ଚ ୩୧ ସୁଭଦ୍ରା ଆବେଦନର ଶେଷ ତାରିଖ ଥିବା ବେଳେ, ଏହି ତାରିଖ ସୁଦ୍ଧା ଯେଉଁମାନେ ଆବେଦନ କରିଥିବେ ସେମାନଙ୍କୁ ରାକ୍ଷୀ ପୂର୍ଣ୍ଣମିରେ ଏକାଥରେ ୧୫ ହଜାର ଟଙ୍କା ମିଳିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!