ପୁରୀ, ୯।୩: : ‘ପୁରୀ’ ଜଗନ୍ନାଥ ଧାମର ସାକ୍ଷୀଗୋପାଳ ଠାରେ ମଟନ ନାଁରେ ଜୟା ହୋଟେଲରେ ବିକ୍ରି ହେଉଛି ଗୋମାଂସ। ଯାହାକି ଅତି ନିନ୍ଦନୀୟ ଘଟଣା।ଆଉ ଏହି ଘଟଣା ସାମ୍ନାକୁ ଆସିବା ପରେ ଆରମ୍ଭ ହୋଇଥିଲା ତନାଘନା। ଦେଖା ଦେଇଥିଲା ଉତ୍ତେଜନା। ଭାଇରାଲ୍ ଭିଡିଓ ରେ ବୟାନ କୁ ଆଧାର କରି ସେଖ ବାବୁର ମାଂସ ଦୋକାନକୁ ସିଲ୍ କଲା ପ୍ରଶାସନ। ଆଉ ଏବେ ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି କରିଛି ପ୍ରଶାସନ।ସାକ୍ଷୀଗୋପାଳ କଲେଜ ଛକଠାରୁ ୧ କିଲୋମିଟର ପରିଧି ପର୍ଯ୍ୟନ୍ତ ପ୍ରଶାସନ ୧୬୩ ଧାରା ଜାରି କରିଛି। ୪ ଜଣରୁ ଅଧିକ ଲୋକେ ଏହି ଅଞ୍ଚଳରେ ଏକାଠି ହୋଇପାରିବେ ନାହିଁ। ସମ୍ପୂର୍ଣ୍ଣ ଅଞ୍ଚଳକୁ ପୋଲିସ ଘେରାବନ୍ଦୀ କରି ରଖିଛି। ହିନ୍ଦୁ ସେନା ଜୟା ଢ଼ାବା ସାମ୍ନାରେ ବିକ୍ଷୋଭ କରିବାକୁ ପୂର୍ବରୁ ଚେତାବନୀ ଦେଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |