ଭୁବନେଶ୍ୱର,୧୧ା୩:ରାଜ୍ୟରେ ଖରାର ପ୍ରକୋପ ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି । ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ତାତି ଛୁଇଁଛି ୩୯ ଡିଗ୍ରୀ ତେଣୁ ପ୍ରଚଣ୍ଡ ରୌଦ୍ରତାପ ନେଇ ସତର୍କ କରାଇଲା SRCଙ୍କ ଅଫିସ୍।ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ, ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ୪ରୁ ୫ ଦିନ ଭିତରେ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢ଼ିବା ଅନୁମାନ କରାଯାଉଛି।ଆସନ୍ତା ୧୩ ଓ ୧୪ରେ ପଶ୍ଚିମ ଓଡିଶାରେ ହୋଇପାରେ ନିଆଁବର୍ଷା। ଅସହ୍ୟ ତାତି ସାଙ୍ଗକୁ ଗରମ ଲୋକଙ୍କୁ କଲବଲ କରିପାରେ। ଏଥିପାଇଁ ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ତାତି ସତର୍କତା ଜାରି କରାଯାଇଛି।ଏହି ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗିର। ଏହି ସମୟ ମଧ୍ୟରେ ଏହିସବୁ ଜିଲ୍ଲାର ବାସିନ୍ଦାମାନେ ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |