ଭୁବନେଶ୍ବର,୧୭।୩: ରାଜ୍ୟରେ କାଳବୈଶାଖୀ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୧୯ରୁ ୨୨ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରିବ। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କଳାବୈଶାଖୀ ସୃଷ୍ଟି ହେବା ସମ୍ଭାବନା ରହିଛି।ମାର୍ଚ୍ଚ ୧୯ରେ ରାଜ୍ୟର ୭ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା । ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜରେ ଘଡ଼ଘଡ଼ି, ପ୍ରବଳ ପବନ ସହ ବର୍ଷା ସମ୍ଭାବନା ରହିଛି ।୨୦ରେ କାଳକୈଶାଖୀ ବିସ୍ତୃତି ବଢ଼ିବ । ୨୧ ଓ ୨୨ ତାରିଖରେ ସାରା ରାଜ୍ୟରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ।ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ମଧ୍ୟ ଅଧିକ ରହିବ। ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ। ଝଟକା ପବନର ବେଗ ୭୦ କିମି ରହିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। କାଳବୈଶାଖୀ ବେଳେ କିଛି ଅଞ୍ଚଳରେ କୁଆପଥର ବର୍ଷା ସମ୍ଭାବନା ରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |