ରାଜ୍ୟରେ କମିବ ତାତି,ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର,୧୮।୩: ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ମୁତାବକ ୨୦ ରୁ ୨୨ ତାରିଖ ଯାଏ କାଳେବଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବ । ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ପ୍ରଭାବରେ ରାଜ୍ୟକୁ ପ୍ରଚୁର ଜଳୀୟବାଷ୍ପ ପ୍ରବେଶ କରିବ।ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଃଚାପ ପ୍ରଭାବରେ ରାଜ୍ୟ ମଧ୍ୟକୁ ପ୍ରଚୁର ଜଳୀୟବାଷ୍ପ ପ୍ରବେଶ ଏବଂ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ସହ, ଉପରି ଭାଗରେ ନିମ୍ନ ଚାପ ରେଖାର ଉପସ୍ଥିତି ହିଁ କାଳବୈଶାଖୀ ପାଇଁ ଅତ୍ୟନ୍ତ ଅନୁକୂଳ ହେବ ।ଯାହା ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ପରେ ଝଡ଼ ପବନ ସାଙ୍ଗକୁ ବର୍ଷା କରାଇବ। ଏହାସହ ଉପରିଭାଗରେ ନିମ୍ନ ଚାପରେଖାର ଉପସ୍ଥିତି କାଳବୈଶାଖୀ ପାଇଁ ଅତ୍ୟନ୍ତ ଅନୁକୂଳ ହେବ। ଫଳରେ ୧୯ରେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶର, ମୟୂରଭଞ୍ଜରେ ଝଡ଼ପବନ ସହ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ବାର୍ନିଂ ପାଣିପାଗ ବିଭାଗ ଜାରି କରିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!