ଆଜି ବିଶ୍ବ ପଖାଳ ଦିବସ

ଭୁବନେଶ୍ୱର ୨୦/୦୩:   ଆଜି ପାଳନ ହେଉଛି ପଖାଳ ଦିବସ । କୁଡିଆ ଠାରୁ ପଞ୍ଚତାରକା ହୋଟେଲରେ ଜମିବ ପଖାଳ ଆସର । ଅଭିଯାନରେ ସାମିଲ ହେଉଛନ୍ତି ପ୍ରବାସୀ ଓଡିଆ । ଓଡ଼ିଆ ସଂସ୍କୃତି  ଓ ପରମ୍ପରା ସହିତ ପଖାଳ ବେଶ୍‌ ଜଡ଼ିତ। ମହାପ୍ରଭୁ ଜଗନ୍ନାଥଙ୍କ  ମଧ୍ୟ ପ୍ରିୟ ଖାଦ୍ୟ ହେଉଛି ପଖାଳ। ଏଥିପାଇଁ ପ୍ରଭୁ ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ବିଭିନ୍ନ ପଖାଳ ଭୋଗ।  ପଖାଳର ନିବିଡ଼ତା ଓଡ଼ିଆ ଜାତି ସହ କାହିଁ କେଉଁ କାଳରୁ ଯୋଡ଼ି ହୋଇରହିଛି। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ । ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଛୋଟ ଠୁ ବଡ଼, ଗରିବ ଠୁ ଧନୀ ଏଠି ସମସ୍ତଙ୍କ ପ୍ରିୟ ପଖାଳ । ଯେତେ ଯାହା ଖାଇଲେ ବି ପଖାଳ ମୁଠେ ପେଟରେ ପଡ଼ିଗଲେ ମନ ଓ ଦେହକୁ ଯେଉଁ ଶାନ୍ତି ମିଳେ, ତାହା ଅନ୍ୟ କେଉଁଥିରେ ମିଳେନାହିଁ ।ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରିୟ ପଖାଳ । ଶ୍ରୀମନ୍ଦିରର ଟଙ୍କ ତୋରାଣି ଏହାର ପ୍ରମାଣ । ଖରାଦିନେ ପଖାଳ କଂସାରେ ହିଁ ଓଡ଼ିଆଙ୍କୁ ଶାନ୍ତି ମିଳିଥାଏ । ଓଡ଼ିଶାରେ ପଖାଳର ଏକ ସ୍ୱତନ୍ତ୍ର ପରିଚୟ ରହିଛି। ଏଥିପାଇଁ ଓଡ଼ିଆ ଜାତିର ଏକ ଅନନ୍ୟ ବିଶେଷତ୍ୱ ହେଉଛି ପଖାଳ। ଯେତେ ଯାହା ଖାଇଲେ ବି ପଖାଳ ଟିକେ ଖାଇଦେଲେ ମନକୁ ଶାନ୍ତି ଓ ତୃପ୍ତି ମିଳିଥାଏ। ଖରାଦିନ ହେଉ ଅବା ଅନ୍ୟଦିନ, ଗରିବ ହେଉ ବା ଧନୀ ସମସ୍ତଙ୍କ ଲୋଡ଼ା ପଖାଳ କଂସା । ଉଦୁଉଦିଆ ଖରାବେଳରେ କଂସାଏ ପଖାଳ ଖାଇଦେଲେ କଥା ସରିଲା। ସତେକି ଖରାଦିନର ଅମୃତ ଏହି ପଖାଳ। ଖରାଦିନର ତାତି ବେଳେ ପେଟରେ ଗଣ୍ଡେ ପଖାଳ ପଡିଗଲେ ତା’ର ମଜ୍ଜା ନିଆରା। ତାତିରୁ ଟିକେ ଆରାମ ପାଇବା ପାଇଁ ବା ପେଟ ଗରମ ଓ ଦେହରେ ଜଳୀୟ ଅଂଶ କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ପଖାଳକୁ ରାମବାଣ ଭଳି ଗ୍ରହଣ କରାଯାଏ।ପଖାଳ ସହ ଚୂନା ମାଛଭଜା ଓ ଛତୁ ଆଦି ପରଷା ଯାଉଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱର କୋଣଅନୁକୋଣରେ ଓଡ଼ିଆଙ୍କର ଏହି ପାରମ୍ପରିକ ଓ ସୁସ୍ୱାଦୁ ଖାଦ୍ୟକୁ ଲୋକପ୍ରିୟ କରାଇବାକୁ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି।   କେବଳ ଓଡ଼ିଶାରେ ରହୁଥିବା ଲୋକ ନୁହଁନ୍ତି, ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଦିନ ପଖାଳ ଖାଇ ଏହି ଦିବସ ପାଳନ କରିବା ସହ ଗ୍ରୀଷ୍ମକୁ ମଧ୍ୟ ସ୍ବାଗତ କରିଥାନ୍ତି। ଓଡ଼ିଶାର ପରମ୍ପରା ଓ ସଂସ୍କୃତି ସହିତ ଜଡ଼ିତ ‘ପଖାଳ’କୁ ସାରା ବିଶ୍ବରେ ପରିଚିତ କରାଇବା ଏହି ଦିବସ ପାଳନର ଉଦ୍ଦେଶ୍ୟ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!