ଭୁବନେଶ୍ବର,୨୦।୩: ଆସୁଛି କାଳବୈଶାଖୀ। ରଚିବ ତାଣ୍ଡବ। ସବୁ କିଛି ଛାରଖାର କରିଦେବ। ପ୍ରବଳ ବେଗରେ ପବନ ବହିବ। ଘଡ଼ଘଡ଼ି ସାଙ୍ଗକୁ କୁଆପଥର ମାଡ଼ ହେବ। ପ୍ରବଳ ବର୍ଷା ବି ଛେଚିବ। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- କେନ୍ଦୁଝର ଓ ମୟୁରଭଞ୍ଜ । ଏହି ଜିଲ୍ଲାମାନଙ୍କରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼ ଜିଲ୍ଲାକୁ ମଧ୍ଯ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |