ଭୁବନେଶ୍ବର,୨୧।୩: ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍ ହରିଶ ଟଣ୍ଡନ । ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୁପ୍ରିମକୋର୍ଟ କଲେଜିୟମ ଚଳିତ ମାସର 6 ତାରିଖରେ ଜଷ୍ଟିସ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ପଦୋନ୍ନତି ଦେବାକୁ ସୁପାରିଶ କରିଥିଲେ ।ଜଷ୍ଟିସ ଟଣ୍ଡନଙ୍କ ନିଯୁକ୍ତି ନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ କଲିକତା ହାଇକୋର୍ଟ ବିଚାରପତି ଅଛନ୍ତି ଜଷ୍ଟିସ୍ ଟଣ୍ଡନ ।ଜାନୁଆରୀ ୧୯ ତାରିଖରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଅବସର ନେଇଥିଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ତା’ ପରଠୁ ହାଇକୋର୍ଟର ସ୍ଥାୟୀ ମୁଖ୍ୟ ବିଚାରପତି ପଦ ଖାଲି ରହିଥିଲା । ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବରେ କାର୍ଯ୍ୟ ତୁଲାଉଛନ୍ତି । ତେବେ ଆହ୍ଲାବାଦ ହାଇକୋର୍ଟକୁ ତାଙ୍କର ବଦଳି ପାଇଁ କଲେଜିୟମ୍ ସୁପାରିଶ କରିଛନ୍ତି । ଏନେଇ କେନ୍ଦ୍ର ସରକାରଙ୍କ ମଞ୍ଜୁରୀକୁ ଅପେକ୍ଷା ରହିଛି । ୨୦୧୦ ଏପ୍ରିଲ ୧୩ରୁ ଜଷ୍ଟିସ ହରିଶ ଟଣ୍ଡନ କଲିକତା ହାଇକୋର୍ଟ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ତାଙ୍କର ନିଯୁକ୍ତି ପାଇଁ ମାର୍ଚ୍ଚ ୬ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |