ଭୁବନେଶ୍ୱର,୨୧।୩: ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ମୋହା ବାଜିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି।ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସୁବିଧା ପାଇବେ ଓଡ଼ିଶାବାସୀ। ଏହାକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ। ଗୃହରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଛି। ଏଥିରେ ରାଜ୍ୟରେ ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ। ୭୦ ବର୍ଷର ଅଧିକଙ୍କ ଲାଗି ’ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଧ୍ୟ ମଞ୍ଜୁରୀ ମିଳିଛି। ଏହା ସହ ରାଜ୍ୟ ସଡ଼କ ନୀତିକୁ କ୍ୟାବିନେଟରେ ଅନୁମୋଦନ ମିଳିଛି।
ସେହିପରି ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧିତ ହୋଇଛି।ଏହାଛଡ଼ା ୭୦ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କ ପାଇଁ ଆୟୁଷ୍ମାନ ବୟୋ-ବନ୍ଦନା ଲାଗୁ ହେଲା। ଦେଶର ୨୯ ହଜାର ମେଡିକାଲରେ ସୁବିଧା ମିଳିବ। ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଥିଲା। ଏହାସହ ରାଜ୍ୟରେ ସଡ଼କ ନୀତିକୁ ମଧ୍ୟ କ୍ୟାବିନେଟରେ ଅନୁମୋଦନ ମିଳିଛି। ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧିତ ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |