ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

କେନ୍ଦ୍ରାପଡ଼ା, ,୨୨ା୩ :   ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୬୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି।  ଦେବେନ୍ଦ୍ରଙ୍କ ପାର୍ଥିବ ଶରୀରକୁ ଅନ୍ତିମ ଦର୍ଶନ ପାଇଁ ବିଧାନସଭାକୁ ନିଆଯିବ। ଏହା ପରେ କଂଗ୍ରେସ ଭବନରେ ପାର୍ଥିବ ଶରୀର ପହଞ୍ଚିବ। ପରେ ତାଙ୍କର ଆଳିସ୍ଥିତ ବାସଭବନକୁ ମରଶରୀର ନିଆଯିବ।ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ ହୋଇଛି । ଦୀର୍ଘ ଦିନ ହେଲା ସେ କ୍ୟାନସରରେ ପୀଡ଼ିତ ଥିଲେ। ଆଜି ସେ ୬୬ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। କେନ୍ଦ୍ରାପଡ଼ା କଂଗ୍ରେସର ଟାଣୁଆ ନେତା ଭାବେ ଜଣାଶୁଣା ଥିଲେ ଦେବେନ୍ଦ୍ର ଶର୍ମା। ୨୦୧୪ ନିର୍ବାଚନରେ ଦେବେନ୍ଦ୍ର ଶର୍ମା ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। କଂଗ୍ରେସର ଦୃଢ଼ ସଙ୍ଗଠକ ଥିବା ଦେବେନ୍ଦ୍ର ଅସୁସ୍ଥତା କାରଣରୁ ଗତ ନିର୍ବାଚନରେ ପ୍ରାର୍ଥୀ ହୋଇନଥିଲେ। ଦେବେନ୍ଦ୍ରଙ୍କ ବଦଳରେ ତାଙ୍କ ଝିଅଙ୍କୁ ପ୍ରାର୍ଥୀ କରିଥିଲା ଦଳ।ଦେବେନ୍ଦ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବ୍ୟକ୍ତ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ‌’ରେ ଶ୍ରୀ ମାଝୀ ଲେଖିଛନ୍ତି, କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକପ୍ରତିନିଧି ଭାବେ ଜନକଲ୍ୟାଣକାରୀ କାର୍ଯ୍ୟ ଏବଂ ସେବା ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।ସେହିପରି କଂଗ୍ରେସର ଅନେକ ନେତାମାନେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ପିସିସି ସଭାପତି ଭକ୍ତ ଚରଣ ଦାସ ତାଙ୍କ ବିୟୋଗ ଖବର ପାଇବା ପରେ ଶୋକ ପ୍ରକାଶ କରିବା ସହ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ସେହିପରି ଦଳର ଅନ୍ୟ ନେତାମାନେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!