ଭୁବନେଶ୍ୱର,୨୩ା୩: କାଳବୈଶାଖୀ ବର୍ଷାରେ ଭିଜିଲା ରାଜ୍ୟର ବିଭିନ୍ନ ଜିଲ୍ଲା । ଆଜି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ୧୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରାଯାଇଛି। ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ଆଜି ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁରରେ ବର୍ଷା ଓ ଘଡ଼ଘଡ଼ି ହୋଇପାରେ ।୨୪ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ବର୍ଷା ସମ୍ଭାବନା ଅଛି । ୨୫ ପରେ ପାଗରେ ପରିବର୍ତ୍ତନ ଆସିବ। ପରେ ଧୀରେ ଧୀରେ ବଢିବ ତାପମାତ୍ରା । ତାପମାତ୍ରା ୨ ରୁ ୫ ଡିଗ୍ରୀ ବୃଦ୍ଧି ହେବା ନେଇ ପୁର୍ବାନୁମାନ କରିଛି ପାଣିପାଗ ବିଭାଗ ।୧୯ରୁ ୨୨ ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିଲା। ଯାହା ଫଳରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଯେଉଁଭଳି ଭାବରେ ରାଜ୍ୟରେ ତାତି ବଢ଼ିଚାଲିଥିଲା, ଏଥିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରିଛି। ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ହେବା ସହ କିଛି କିଛି ସ୍ଥାନରେ ଘଡଘଡି ହୋଇଥିବା ଜଣାପଡିଛି। ତେବେ ଆଗାମୀ ୨ରୁ ୩ ଦିନ ପାଗରେ କୌଣସି ପରିବର୍ତ୍ତନ ଆସିବ ନାହିଁ ବୋଲି ଜଣାପଡିଛି। କିନ୍ତୁ ବର୍ଷା ପରେ ତାତି ବଢ଼ାବା ସମ୍ଭାବନା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |