ବିଧାନସଭାରୁ ନିଲମ୍ବିତ ହେଲେ ୧୨ କଂଗ୍ରେସ ବିଧାୟକ

ଭୁବନେଶ୍ୱର,୨୫।୩:ବିଧାନସଭାରୁ ୧୨ କଂଗ୍ରେସ ବିଧାୟକ ନିଲମ୍ବିତ । ୭ ଦିନ ପାଇଁ ନିଲମ୍ବିତ ହେଲେ କଂଗ୍ରେସ ବିଧାୟକ ।ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କାର୍ଯ୍ୟାନୁଷ୍ଠାନ । କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ନିଲମ୍ବିତ ହୋଇଥିବା ସୂଚନା ।ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ କଂଗ୍ରେସ ସଦସ୍ୟ ରାମଚନ୍ଦ୍ର କାଡାମ, ରାଜନ ଏକ୍କା, ଦାଶରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, କାଡ୍ରାକା ଆପଲ ସ୍ବାମୀ, ପ୍ରଫୁଲ୍ଲ ପ୍ରଧାନ, ପବିତ୍ର ସାଉଁତା, ସୋଫିଆ ଫିର୍ଦ୍ଦୋସ, ମଙ୍ଗୁ ଖିଲ ଓ ନୀଳମାଧବ ହିକକାଙ୍କୁ ନିଲମ୍ବନ କରାଯାଇଛି।ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ।କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ନିଲମ୍ବିତ ହୋଇଛନ୍ତି। ତାରା ବାହିନୀପତି ଏବଂ ରମେଶ ଜେନାଙ୍କୁ ଛାଡ଼ି ଅନ୍ୟ ସମସ୍ତେ ନିଲମ୍ବିତ। ତେବେ ନିଲମ୍ବନ ପରେ ବାଚସ୍ପତିଙ୍କ ପୋଡିୟମ ତଳେ କଂଗ୍ରେସ ବିଧାୟକ ପ୍ରତିବାଦ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!