ଭୁବନେଶ୍ୱର,୨୭ା୩: ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍ରୁ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି।କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା । ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ ।ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ । ସେହିପରି ମଙ୍ଗଳବାର, ଗୁରୁବାର, ଶନିବାର ପୋଷଣଯୁକ୍ତ ଲଡୁ ମିଳିବ ।ଶିଶୁବାଟିକାଠୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ଏହା ମିଳିବ । ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ମିଳିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି ।ମାଣ୍ଡିଆ, ଗୁଡ଼, ବାଦାମ ଓ ଘିଅଯୁକ୍ତ ଲଡୁ ସ୍କୁଲ ପିଲାଙ୍କୁ ଦିଆଯିବ । ସମସ୍ତ ଜିଲ୍ଲାପାଳଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି । ସ୍କୁଲର ସମସ୍ତ ପିଲାଙ୍କୁ ପୋଷଣ ଯୁକ୍ତ ଲଡୁ ଦେବା ପାଇଁ ସରକାରଙ୍କ ନିଷ୍ପତ୍ତି ନେଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |