କୋରାପୁଟ,,୨୭ା୩: ରାଜ୍ୟରେ ଦୁର୍ନୀତି ମାମଲା ଦିନକୁ ଦିନ ବଢ଼ିବାରେ ଲାଗିଛି । ପ୍ରତିଦିନ କେହି ନା କେହି ଅଧିକାରୀ ଭିଜିଲାନ୍ସ ଜାଲରେ ଧରାପଡୁଛନ୍ତି । ଏହାରି ମଧ୍ୟରେ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।ଅଙ୍ଗନୱାଡ଼ି ସୁପରଭାଇଜର ରେଣୁକା ପଟ୍ଟନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ୫୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି । ଏହି ମାମଲାକୁ ନେଇ ଅଧିକ ଛାନଭିନ୍ କରାଯାଉଛି ।ଅଭିଯୋଗକାରୀ ଏହି ରାଶି ଦେବାକୁ ଅକ୍ଷମତା ପ୍ରକାଶ କରି ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଆଉ ଆଜି ଯୋଜନା ମୁତାବକ ଲାଞ୍ଚ ଟଙ୍କା ନେବାବେଳେ ଭିଜିଲାନ୍ସ ଟିମ୍ ଅଙ୍ଗନବାଡ଼ି ସୁପରଭାଇଜରଙ୍କୁ ଧରିଥିଲା। ଏଥିସହ ତାଙ୍କ ଠାରୁ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଉଦ୍ଧାର କରାଯାଇଛି। ଅପରପକ୍ଷରେ ତାଙ୍କ ପାଖରେ ଆୟ ବହିର୍ଭୁତ ସମ୍ପତ୍ତି ଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |