ଭୁବନେଶ୍ୱର,୨୮।୩: ରାଜ୍ୟ ସରକାରଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ(ଓଇ୍ଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ପ୍ରଦୀପ ଜେନାଙ୍କୁ ରାଜ୍ୟ ସରକାର ନିଯୁକ୍ତ କରିଛନ୍ତି। ଆଇଏଏସ୍ ଅଧିକାରୀ ସୁରେଶ ମହାପାତ୍ରଙ୍କ ପରେ ଏହି ପଦ ଖାଲି ପଡ଼ିଥିଲା।
ନବୀନ ପଟ୍ଟନାୟକଙ୍କ ଶାସନ ସମୟରେ ପ୍ରଦୀପ କୁମାର ଜେନା ହେଲେ ଦ୍ବିତୀୟ ମୁଖ୍ୟ ଶାସନ ସଚିବ, ଯାହାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଥିଲା। ପୂର୍ବରୁ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ଦୁଇ ଥରରେ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଥିଲା। ଶ୍ରୀ ଜେନା ୨୦୨୩ ମାର୍ଚ୍ଚ ମାସରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ। ତାଙ୍କ ଠାରୁ ବରିଷ୍ଠ ଆଇଏଏସ୍ ଅଧିକାରୀ ଓଡ଼ିଶା କ୍ୟାଡର୍ରେ ଥିଲେ ମଧ୍ୟ ରାଜ୍ୟ ସରକାର ଶ୍ରୀ ଜେନାଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ। ନିଜ କାର୍ଯ୍ୟଦକ୍ଷତା ପାଇଁ ବହୁ ସମୟରେ ସେ ଚର୍ଚ୍ଚାରେ ରହି ଆସିଛନ୍ତି। ବହୁ ଗୁରୁତ୍ବପୂର୍ଣ୍ଣ ବିଭାଗରେ ସେ ଦକ୍ଷତାର ସହ ଦାୟିତ୍ବ ତୁଲାଇ ଆସିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |