OPSC ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି

ଭୁବନେଶ୍ୱର,,୩୦ା୩: OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସସି) ଦ୍ୱାରା ପରିଚାଳିତ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପାଇଁ ଆୟୋଜିତ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଓ ଗଣଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ରହିଥିବା ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ମୋଟ ୧୦୦ ମାର୍କ ବଦଳରେ ୯୪ ମାର୍କ ପ୍ରଶ୍ନପତ୍ର ଆସିଥିବା ପରୀକ୍ଷାର୍ଥୀ କହିଛନ୍ତି। ମୋଟ ମାର୍କଠାରୁ ୬ ନମ୍ବର କମ ଥିବା ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ଅପରପକ୍ଷରେ ଏ ସମ୍ପର୍କରେ ଓପିଏସସି କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!