ଭୁବନେଶ୍ୱର ,୩୧।୩: ଆଜିଠୁ ରାଜ୍ୟରେ କମିବ ତାତି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ସୂଚନା ମିଳିଛି। ରବିବାର ୮ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ୪୧.୮ ଡିଗ୍ରୀ ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସ୍ଥାନ ପାଲଟିଥିଲା। ସେପଟେ ଆସନ୍ତା ୨ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨ରୁ ୫ ତାରିଖ ଯାଏ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୨ ତାରିଖରେ କୋରାପୁଟ ଏବଂ ମାଲକାନଗିରିର କିଛି ସ୍ଥାନରେ ସ୍ଵଳ୍ପ ବର୍ଷା ହୋଇପାରେ। ସେହିପରି ୩ ତାରିଖରେ କୋରାପୁଟ , ମାଲକାନଗିରି, ରାୟଗଡା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାରେ ସ୍ଵଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖରେ କୋରାପୁଟ, ମାଲକାନଗିରି , ରାୟଗଡା, ନବରଙ୍ଗପୁର , କଳାହାଣ୍ଡି ଏବଂ ଗଜପତି ଜିଲ୍ଲାରେ ବର୍ଷା ହେବ। ୫ ତାରିଖରେ ଦକ୍ଷିଣ ଓଡିଶା ସମେତ ଉପକୂଳ ଓଡିଶାର କିଛି ସ୍ଥାନରେ ବର୍ଷା ହୋଇପାରେ।ଆଜିଠୁ ରାଜ୍ୟରେ କମିବ ତାତି। ତାପମାତ୍ରା ୨ ରୁ ୩ ଡିଗ୍ରୀ କମିବାର ସମ୍ଭାବନା ରହିଛି। ଏପ୍ରିଲ୍ ପହିଲାରୁ ତାପମାତ୍ରା ହ୍ରାସ ପାଇବା ସହ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଆସନ୍ତା ୨, ୩ ଓ ୪ ତାରିଖରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ଓଡ଼ିଶାରେ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଏପ୍ରିଲ ୨ ତାରିଖରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ମେଘୁଆ ପାଗ ସହ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ହାଲୁକା ବର୍ଷାର ସମ୍ଭାବନା ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |