ଐତିହ୍ୟ ଜାତୀୟ ତାଲିକାରେ ରଥଯାତ୍ରା-ବାଲିଯାତ୍ରା

ଭୁବନେଶ୍ୱର, ୩୧।୩: ଅମୂଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା-ବାଲିଯାତ୍ରା।ଅତୁଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ସ୍ଥାନ ପାଇଛି । ଦେଶର ବୃହତ ବାଣିଜ୍ୟିକ ମେଳା କଟକର ବାଲିଯାତ୍ରା ମଧ୍ୟ ସ୍ଥାନ ପାଇଛି । ସୋସିଆଲ ମିଡିଆ ‘ଏକ୍ସ’ରେ ଏ ସଂପର୍କରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ରଥଯାତ୍ରାକୁ ଏହି ତାଲିକାରେ ସାମିଲ୍ କରାଯିବା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ( SJTA ) ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା । ଦେଶର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଙ୍ଗୀତ ନାଟକ ଏକାଡେମୀ ଏହାକୁ ଗ୍ରହଣ କରି ସ୍ୱୀକୃତି ପ୍ରଦାନ କରିଛି । ଏ ନେଇ ‘ଏକ୍ସ’ରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ସାମିଲ। ସଂସ୍କୃତି ମନ୍ତ୍ରାଳୟ ଅଧିନ ସଙ୍ଗୀତ ନାଟକ ଏକାଡେମୀର ସ୍ୱୀକୃତି ମିଳିଛି। ଏହା ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଏସଜେଟିଏ ଏ ନେଇ ପ୍ରସ୍ତାବ ପଠାଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!