ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକ ନେବେ ପ୍ରଶିକ୍ଷଣ

ପୁରୀ,୩୧।୩: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକମାନଙ୍କୁ ପ୍ରଶିକ୍ଷଣ ଦିଆଯିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।ଏନେଇ ଆସନ୍ତା ୪ ଓ ୫ତାରିଖରେ ପୁରୀ ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଶିବିରରେ ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକମାନେ ଯୋଗଦେବେ। ଶିବିର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ସାଢେ ୫ଟା ପର୍ଯ୍ୟନ୍ତ ଚାଳିବ। ଏନେଇ ୨ତାରିଖ ଅପରାହ୍ନ ୫ଟା ମଧ୍ୟରେ ସେବକମାନେ ନିଜ ନାମ ପଞ୍ଜୀକରଣ କରିପାରିବେ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!