ଭୁବନେଶ୍ୱର,୧ା୪:ରାଜ୍ୟରେ ଆଜିଠୁ ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହେବ । ଏଥିସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ଶୁଭାରମ୍ଭ ହେବ । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାରେ ଶତଷଠୀ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଏବଂ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ । ଯୋଜନାର ହିତାଧିକାରୀମାନଙ୍କୁ ଗୋଟିଏ ସ୍ୱାସ୍ଥ୍ୟ କାର୍ଡ ଯୋଗାଇ ଦିଆଯିବ ।ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୭୦ ବର୍ଷ ବୟସରୁ ଅଧିକ ବୟସର ପ୍ରାୟ ୨୩ ଲକ୍ଷ ୧୩ ହଜାର ହିତାଧିକାରୀମାନେ ଅଲଗା ଭାବେ ଏକ ସ୍ୱତନ୍ତ୍ର କାର୍ଡ ପାଇବେ । ଏହି ଦୁଇ ଯୋଜନାର ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଡାକ୍ତରଖାନା ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |