ପୁରୀ ୦୨।୦୪ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିଥାଏ । ଦତ୍ତମହାପାତ୍ରମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ । ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ହେବ ସ୍ୱତନ୍ତ୍ର ନୀତି ହେବ ।ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ବନକଲାଗିରେ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବାର ପରମ୍ପରା ରହିଛି ।ବନକଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ କଳା, ଧଳା, ନାଲି ଓ ହଳଦିଆ ବ୍ୟବହୃତ ହୋଇଥାଏ । ହିଙ୍ଗୁଳକୁ ହଳଦିଆ ରଙ୍ଗ ଭାବେ ବ୍ୟବହାର କରାଯାଉଥିବାବେଳେ ହରିତାଳ ଲାଲ ରଙ୍ଗ ପାଇଁ ବ୍ୟବହୃତ ହୋଇଥାଏ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।ଅନ୍ୟପଟେ ଜଗନ୍ନାଥଙ୍କ ଶ୍ରୀମୁଖ ଶିଙ୍ଗାର ପାଇଁ ପ୍ରଜ୍ଜ୍ୱଳିତ ଦୀପରୁ ସଂଗୃହୀତ କଳା ବ୍ୟବହାର ହୋଇଥାଏ । ତେବେ ବନକଲାଗି ନୀତି ଶେଷ ହେବା ପରେ ଅର୍ଥାତ୍ ରାତି 10ଟା ପରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |