ଭୁବନେଶ୍ୱର,୨ା୪:ଆଜିଠୁ ରାଜ୍ୟରେ ଶୁଭାରମ୍ଭ ହେଉଛି ଶିଶୁ ବାଟିକା। ନୂଆକରି ପାଠପଢ଼ା ଆରମ୍ଭ କରୁଥିବା ପିଲାମାନଙ୍କ ପାଇଁ ବିଦ୍ୟାଳୟସ୍ତରରେ ଶିଶୁ ବାଟିକା ବ୍ୟବସ୍ଥାର ଶୁଭାରମ୍ଭ ହେଉଛି।ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ ‘ପ୍ରବେଶ ଉତ୍ସବ’ ଏବଂ ‘ଖଡ଼ି ଛୁଆଁ’ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହେଉଛି।ଯାହାକି ସେମାନଙ୍କ ନାମଲେଖା ଓ ସ୍କୁଲରେ ପ୍ରଥମ ଦିନକୁ ସ୍ମରଣୀୟ କରିବ ।ଏପ୍ରିଲ୍ ୨ ତାରିଖ ବୁଧବାରଠାରୁ ଶିଶୁ ବାଟିକାରେ ପାଠପଢ଼ା ଆରମ୍ଭ ହେବ। ଛୋଟ ଛୋଟ ପିଲା ଖଡ଼ି ଛୁଇଁବେ। ପାରମ୍ପରିକ ରୀତିନୀତିରେ ପିଲାଙ୍କର ବିଦ୍ୟାଳୟରେ ପ୍ରବେଶ ଉତ୍ସବ ପାଳନ କରାଯିବ। ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ସ୍କୁଲରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ|ଏହି କାର୍ଯ୍ୟକ୍ରମ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ଛୋଟ ପିଲାଙ୍କ ଶୈଶବ ଶିକ୍ଷା ଏହି କାର୍ଯ୍ୟକ୍ରମ ଦ୍ବାରା ସ୍ମରଣୀୟ ହେବ। ପିଲାମାନଙ୍କୁ ସର୍ବୋତ୍ତମ ଏବଂ ଗୁଣାତ୍ମକ ଶିକ୍ଷା ମିଳିବ । ଏଥିପାଇଁ ନୂତନ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |