ଭୁବନେଶ୍ୱର, ୩।୪: ଶେଷ ହେଲା ସପ୍ତଦଶ ବିଧାନସଭା ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୂଲତବୀ ଘୋଷଣା କଲେ ବାଚସ୍ପତି । ଆଗକୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା ଲାଗି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ। ଯାହାକୁ ସମର୍ଥନ କରିଥିଲେ ଏକାଧିକ ବିଧାୟକ। ପରେ ବାଚସ୍ପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି କରିଛନ୍ତି ବାଚସ୍ପତି ସୁରମା ପାଢୀ।ରାତି ତମାମ ଚାଲିବା ପରେ ଶେଷ ହୋଇଛି ସପ୍ତଦଶ ବିଧାନସଭା ବଜେଟ୍ ଅଧିବେଶନ |ତିନୋଟି କାର୍ଯ୍ୟ ଦିବସ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ୨୮ ଟି କାର୍ଯ୍ୟ ଦିବସ ମଧ୍ୟରୁ ୨୫ ଟି କାର୍ଯ୍ୟ ଦିବସ ଚାଲିଥିଲା । ଆଗକୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନଥିବା ରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିବା ଲାଗି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ । ଯାହାକୁ ସମର୍ଥନ କରିଥିଲେ ଏକାଧିକ ବିଧାୟକ। ପରେ ବାଚସ୍ପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି କରିଥିଲେ।ଓଡ଼ିଶା ବିଶ୍ବବିଦ୍ୟାଳୟ (ସଂଶୋଧନ) ବିଲ୍ ୨୦୨୪ ଉପରେ ବିଧାନସଭାରେ ବୁଧବାର ଅପରାହ୍ନ ୪ଟାରୁ ଆରମ୍ଭ ହୋଇଥିବା ଆଲୋଚନା ରାତିତମାମ ଜାରି ରହିଥିଲା। ରାତି ୨ଟାରେ ରିପୋର୍ଟ ପ୍ରସ୍ତୁତି ସୁଦ୍ଧା ବିଲ୍ ଉପରେ ବିରୋଧୀ ଆଣିଥିବା ସଂଶୋଧନ ପ୍ରସ୍ତାବ ଉପରେ ବିତର୍କ ଚାଲିଥିଲା। ଏହି ବିଲ୍ ସମେତ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ-୨୦୨୪ ବିଲ୍ ମଧ୍ୟ ପାରିତ ହେବା ଯାଏ ଗୃହ ଚାଲିବ ବୋଲି କୁହାଯାଉଛି। ବିଧାନସଭାର ଅପରାହ୍ନ ଅଧିବେଶନ ରାତି ୯ଯାଏ ଚାଲିବାର ବ୍ୟବସ୍ଥା ରହିଛି। ଉପରୋକ୍ତ ୨ ବିଲ୍ର ଆଲୋଚନା ପାଇଁ ଗୃହ କାର୍ଯ୍ୟ ସମୟ ସୀମା ବଢ଼ାଇବା ନିମନ୍ତେ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଏକ ମୋଶନ ଗୃହରେ ଆଗତ କରିଥିଲେ। ତାହାକୁ ବାଚସ୍ପତି ସୁରମା ପାଢ଼ୀ ଅନୁମୋଦନ ଦେଇଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |